ପ୍ରଶ୍ନ ୨
ପରମେଶ୍ୱରଙ୍କ ବିଷୟରେ ଆପଣ କିପରି ଜାଣିପାରିବେ ?
“ଏହି ବ୍ୟବସ୍ଥା ପୁସ୍ତକ ତୁମ୍ଭ ମୁଖରୁ ବିଚଳିତ ନ ହେଉ, ମାତ୍ର ତୁମ୍ଭେ ତହିଁର ଲେଖାନୁସାରେ ମାନିବାକୁ ଓ କରିବାକୁ ଦିବାରାତ୍ର ତାହା ଧ୍ୟାନ କର; ତାହା କଲେ, ତୁମ୍ଭେ ଆପଣା ପଥ ସଫଳ କରିବ ଓ ତୁମ୍ଭେ କୁଶଳ ପ୍ରାପ୍ତ ହେବ ।”
ଯିହୋଶୂୟ ୧:୮
“ପୁଣି, ସେମାନେ ସ୍ପଷ୍ଟ ରୂପେ ପରମେଶ୍ୱରଙ୍କ ବ୍ୟବସ୍ଥାପୁସ୍ତକରୁ ପାଠ କଲେ ଓ ସେମାନେ ତହିଁର ଭାବ ବୁଝାଇ ଦେଲେ, ତହୁଁ ଲୋକମାନେ ପଠନ ବୁଝିଲେ ।”
ନିହିମିୟା ୮:୮
“ଯେଉଁ ଜନ ଦୁଷ୍ଟମାନଙ୍କ ମନ୍ତ୍ରଣାରେ ଚାଲେ ନାହିଁ, . . . ମାତ୍ର ସଦାପ୍ରଭୁଙ୍କ ବ୍ୟବସ୍ଥାରେ ଯାହାର ଆମୋଦ ଥାଏ ଓ ଯେ ଦିବାରାତ୍ର ତାହାଙ୍କର ବ୍ୟବସ୍ଥା ଧ୍ୟାନ କରେ, ସେ ଧନ୍ୟ । . . . ସେ ଯାହା କରେ, ତାହା ସଫଳ ହେବ ।”
ଗୀତସଂହିତା ୧:୧-୩
“ସେଥିରେ ଫିଲିପ୍ପ ଦୌଡ଼ିଯାଇ ସେ ଯିଶାୟ ଭାବବାଦୀଙ୍କ ଶାସ୍ତ୍ର ପାଠ କରୁଥିବା ଶୁଣି ପଚାରିଲେ, ଆପଣ ଯାହା ପାଠ କରୁଅଛନ୍ତି, ତାହା କʼଣ ବୁଝୁଅଛନ୍ତି ? ସେ କହିଲେ, କେହି ମୋତେ ବୁଝାଇ ନ ଦେଲେ ମୁଁ କିପରି ବୁଝି ପାରିବି ?”
ପ୍ରେରିତ ୮:୩୦, ୩୧
“ଜଗତର ସୃଷ୍ଟିକାଳାବଧି ତାହାଙ୍କର ଅଦୃଶ୍ୟ ଗୁଣସମୂହ, ଅର୍ଥାତ୍ ତାହାଙ୍କର ଅନାଦି ଅନନ୍ତ ଶକ୍ତି ଓ ଈଶ୍ୱରତ୍ୱ, ସୃଷ୍ଟ ବସ୍ତୁଗୁଡ଼ିକ ଦ୍ୱାରା ବୋଧଗମ୍ୟ ହୋଇ ସ୍ପଷ୍ଟ ରୂପେ ପ୍ରତୀୟମାନ ହେଉଅଛି, ଯେପରି ସେମାନଙ୍କର ଉତ୍ତର ଦେବାର ବାଟ ନ ଥାଏ ।”
ରୋମୀୟ ୧:୨୦
“ତୁମ୍ଭର ଉନ୍ନତି ଯେପରି ସମସ୍ତଙ୍କ ନିକଟରେ ପ୍ରକାଶିତ ହୁଏ, ଏଥିନିମନ୍ତେ ଏହିସମସ୍ତ ବିଷୟରେ ମନୋଯୋଗୀ ହୁଅ, ସେହିସବୁରେ ପ୍ରବୃତ୍ତ ଥାଅ ।”
୧ ତୀମଥି ୪:୧୫
“ପ୍ରେମ ଓ ସତ୍କ୍ରିୟାରେ ପ୍ରବର୍ତ୍ତାଇବା ନିମନ୍ତେ ପରସ୍ପର ବିଷୟରେ ମନୋଯୋଗ କରୁ, ଆଉ କେହି କେହି ଯେପରି ଆମ୍ଭମାନଙ୍କ ମଣ୍ଡଳୀ ଉପାସନା ପରିତ୍ୟାଗ କରିଥାଆନ୍ତି, ଆମ୍ଭେମାନେ ସେପରି ନ କରୁ ।”
ଏବ୍ରୀ ୧୦:୨୪, ୨୫
“କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ ଯେବେ କାହାରି ଜ୍ଞାନର ଅଭାବ ଥାଏ, ତେବେ ଯେଉଁ ଈଶ୍ୱର ଦୋଷ ନ ଧରି ମୁକ୍ତ ହସ୍ତରେ ସମସ୍ତଙ୍କୁ ଦାନ କରନ୍ତି, ତାହାଙ୍କ ଛାମୁରେ ସେ ପ୍ରାର୍ଥନା କରୁ, ସେଥିରେ ତାହାକୁ ଦିଆଯିବ ।”
ଯାକୁବ ୧:୫