ପ୍ରଶ୍ନ ୧୩
ପରିଶ୍ରମ ବିଷୟରେ ବାଇବଲ କʼଣ କହେ ?
“ତୁମ୍ଭେ କି କୌଣସି ଲୋକକୁ ଆପଣା ବ୍ୟବସାୟରେ ତତ୍ପର ଦେଖୁଅଛ ? ସେ ରାଜାମାନଙ୍କ ସମ୍ମୁଖରେ ଠିଆ ହେବ । ସେ ନୀଚ ଲୋକଙ୍କ ଆଗରେ ଠିଆ ହେବ ନାହିଁ ।”
ହିତୋପଦେଶ ୨୨:୨୯
“ଚୋର ଆଉ ଚୋରି ନ କରୁ, ବରଞ୍ଚ ଅଭାବଗ୍ରସ୍ତ ଲୋକକୁ ଦାନ କରିବା ନିମନ୍ତେ ଯେପରି ତାହା ପାଖରେ କିଛି ଥାଇ ପାରେ, ଏଥିନିମନ୍ତେ ନିଜ ହାତରେ ଉତ୍ତମ କାର୍ଯ୍ୟ କରି ପରିଶ୍ରମ କରୁ ।”
ଏଫିସୀୟ ୪:୨୮
“ପ୍ରତ୍ୟେକ ମନୁଷ୍ୟ ଭୋଜନ ପାନ କରି ଆପଣା ସକଳ ପରିଶ୍ରମରେ ସୁଖଭୋଗ କରିବ, ଏହା ପରମେଶ୍ୱରଙ୍କ ଦାନ ।”
ଉପଦେଶକ ୩:୧୩