ପ୍ରଶ୍ନ ୧୬
ଜୀବନରେ ଆସୁଥିବା ଚିନ୍ତାଗୁଡ଼ିକୁ ଆମେ କିପରି ଦୂର କରିପାରିବା ?
“ତୁମ୍ଭେ ସଦାପ୍ରଭୁଙ୍କ ଉପରେ ଆପଣା ଭାର ପକାଅ, ତହିଁରେ ସେ ତୁମ୍ଭକୁ ସମ୍ଭାଳିବେ; ସେ ଧାର୍ମିକକୁ କଦାପି ବିଚଳିତ ହେବାକୁ ଦେବେ ନାହିଁ ।”
ଗୀତସଂହିତା ୫୫:୨୨
“କର୍ମଶୀଳର ସଙ୍କଳ୍ପରୁ କେବଳ ପ୍ରଚୁରତା ଜନ୍ମେ; ମାତ୍ର ପ୍ରତ୍ୟେକ ହଠାତ୍ କର୍ମକାରୀ କେବଳ ଅଭାବ ଆଡ଼େ ଯାଏ ।”
ହିତୋପଦେଶ ୨୧:୫
“ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର; ଆମ୍ଭେ ତୁମ୍ଭକୁ ସବଳ କରିବା; ହଁ, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା; ହଁ, ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା ।”
ଯିଶାଇୟ ୪୧:୧୦
“ତୁମ୍ଭମାନଙ୍କ ମଧ୍ୟରେ କିଏ ଚିନ୍ତା କରି କରି ଆପଣା ଆୟୁ ଦଣ୍ଡେ ବୃଦ୍ଧି କରି ପାରେ ?”
ମାଥିଉ ୬:୨୭
“ଅତଏବ, କାଲି ପାଇଁ ଚିନ୍ତିତ ହୁଅ ନାହିଁ, କାରଣ କାଲି ନିଜେ ନିଜ ପାଇଁ ଚିନ୍ତା କରିବ । ଆଜିର କଷ୍ଟ ଆଜି ପାଇଁ ଯଥେଷ୍ଟ ।”
ମାଥିଉ ୬:୩୪
‘ତୁମ୍ଭେମାନେ ଉତ୍କୃଷ୍ଟ ବିଷୟଗୁଡ଼ିକ ସମର୍ଥନ କରି ପାର ।’
ଫିଲିପ୍ପୀୟ ୧:୧୦
“କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ୱାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଈଶ୍ୱରଙ୍କ ନିକଟରେ ଜଣାଅ । ସେଥିରେ ସମସ୍ତ ବୋଧର ଅଗମ୍ୟ ଯେ ଈଶ୍ୱରଙ୍କ ଶାନ୍ତି, ତାହା ତୁମ୍ଭମାନଙ୍କର ହୃଦୟ ଓ ମନକୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁରକ୍ଷା କରି ରଖିବ ।”
ଫିଲିପ୍ପୀୟ ୪:୬, ୭