ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • igw ପୃଷ୍ଠା ୮-ପୃଷ୍ଠା ୯
  • ପ୍ରଶ୍ନ ୫: ବାଇବଲରେ ଆମ ପାଇଁ କʼଣ ଖବର ଅଛି ?

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ପ୍ରଶ୍ନ ୫: ବାଇବଲରେ ଆମ ପାଇଁ କʼଣ ଖବର ଅଛି ?
  • ପରମେଶ୍ୱରଙ୍କ ବଚନର ପରିଚୟ
ପରମେଶ୍ୱରଙ୍କ ବଚନର ପରିଚୟ
igw ପୃଷ୍ଠା ୮-ପୃଷ୍ଠା ୯

ପ୍ରଶ୍ନ ୫

ବାଇବଲରେ ଆମ ପାଇଁ କʼଣ ଖବର ଅଛି ?

“ଆମ୍ଭେ ତୁମ୍ଭର ଓ ନାରୀର ମଧ୍ୟରେ, ପୁଣି ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ୟରେ ବୈରଭାବ ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବ ଓ ତୁମ୍ଭେ ତାହାଙ୍କ ଗୋଇଠିକି ଆଘାତ କରିବ ।”

ଆଦିପୁସ୍ତକ ୩:୧୫

“ପୃଥିବୀସ୍ଥ ସମସ୍ତ ଜାତି ତୁମ୍ଭର ବଂଶ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ଯେହେତୁ ତୁମ୍ଭେ ଆମ୍ଭର ବାକ୍ୟ ପାଳନ କରିଅଛ ।”

ଆଦିପୁସ୍ତକ ୨୨:୧୮

“ତୁମ୍ଭର ରାଜ୍ୟ ଆସୁ । ଯେପରି ସ୍ୱର୍ଗରେ, ସେପରି ପୃଥିବୀରେ ତୁମ୍ଭର ଇଚ୍ଛା ସଫଳ ହେଉ ।”

ମାଥିଉ ୬:୧୦

“ଆଉ ଶାନ୍ତିଦାତା ଈଶ୍ୱର ଶୟତାନକୁ ଶୀଘ୍ର ତୁମ୍ଭମାନଙ୍କ ପଦ ତଳେ ଦଳି ପକାଇବେ ।”

ରୋମୀୟ ୧୬:୨୦

“ସମସ୍ତବିଷୟ ପୁତ୍ରଙ୍କ ବଶୀଭୂତ କରାଗଲା ଉତ୍ତାରେ, ଯେ ସମସ୍ତବିଷୟ ତାହାଙ୍କର ବଶୀଭୂତ କଲେ, ସ୍ୱୟଂ ପୁତ୍ର ମଧ୍ୟ ତାହାଙ୍କର ବଶୀଭୂତ ହେବେ, ଯେପରି ଈଶ୍ୱର ସର୍ବେସର୍ବା ହୁଅନ୍ତି ।”

୧ କରିନ୍ଥୀୟ ୧୫:୨୮

“ଅବ୍ରହାମ ଓ ତାହାଙ୍କ ସନ୍ତାନ ପ୍ରତି ପ୍ରତିଜ୍ଞାସମୂହ ଉକ୍ତ ହୋଇଥିଲା . . . ଅର୍ଥାତ୍‌ ଖ୍ରୀଷ୍ଟଙ୍କୁ, . . . ଆଉ ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କର, ତେବେ ତୁମ୍ଭେମାନେ ତ ଅବ୍ରହାମଙ୍କ ବଂଶ ।”

ଗାଲାତୀୟ ୩:୧୬, ୨୯

“ଜଗତ ଉପରେ ରାଜତ୍ୱ ଆମ୍ଭମାନଙ୍କ ପ୍ରଭୁଙ୍କର ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି, ଆଉ ସେ ଯୁଗେ ଯୁଗେ ରାଜତ୍ୱ କରିବେ ।”

ପ୍ରକାଶିତ ବାକ୍ୟ ୧୧:୧୫

“ସେଥିରେ ସର୍ବ ଜଗତର ପ୍ରବଞ୍ଚକ, ଦିଆବଳ ଓ ଶୟତାନ ନାମରେ ଖ୍ୟାତ ଯେ ପ୍ରକାଣ୍ଡ ସର୍ପ, ସେହି ପୁରାତନ ନାଗ, ସେ ଆପଣା ଦୂତମାନଙ୍କ ସହିତ ପୃଥିବୀରେ ନିକ୍ଷିପ୍ତ ହେଲା ।”

ପ୍ରକାଶିତ ବାକ୍ୟ ୧୨:୯

“ସେ ସେହି ସର୍ପ, ସେହି ପୁରାତନ ନାଗ, ଅର୍ଥାତ୍‌ ଦିଆବଳ ଓ ଶୟତାନକୁ ଧରି ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ବାନ୍ଧିପକାଇଲେ ।”

ପ୍ରକାଶିତ ବାକ୍ୟ ୨୦:୨

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୫)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2025 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ