ପ୍ରଶ୍ନ ୧୦
ବାଇବଲ ଭବିଷ୍ୟତ ପାଇଁ କʼଣ ଆଶା ଦିଏ ?
“ଧାର୍ମିକ ଦେଶାଧିକାର କରିବ ଓ ସଦାକାଳ ତହିଁରେ ବାସ କରିବ ।”
ଗୀତସଂହିତା ୩୭:୨୯
“ପୃଥିବୀ ସଦାକାଳ ଥାଏ ।”
ଉପଦେଶକ ୧:୪
‘ସେ ମୃତ୍ୟୁକୁ ଅନନ୍ତ କାଳ ନିମନ୍ତେ ଗ୍ରାସ କରିଅଛନ୍ତି ଓ ପ୍ରଭୁ, ସଦାପ୍ରଭୁ, ସମସ୍ତଙ୍କ ମୁଖରୁ ଲୋତକଜଳ ପୋଛି ଦେବେ ।’
ଯିଶାଇୟ ୨୫:୮
“ସେତେବେଳେ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ ହେବ ଓ ବଧିରମାନଙ୍କର କର୍ଣ୍ଣ ମୁକ୍ତ ହେବ । ସେତେବେଳେ ନେଙ୍ଗଡ଼ା ଲୋକ ହରିଣ ପରି ଡିଆଁ ମାରିବ ଓ ଘୁଙ୍ଗାମାନଙ୍କର ଜିହ୍ୱା ଗାନ କରିବ; କାରଣ ପ୍ରାନ୍ତରରେ ଜଳ ଓ ମରୁଭୂମିରେ ସ୍ରୋତ ବାହାରିବ ।”
ଯିଶାଇୟ ୩୫:୫, ୬
“ଈଶ୍ୱର ସ୍ୱୟଂ ସେମାନଙ୍କ ସଙ୍ଗରେ ରହିବେ ଓ ସେମାନଙ୍କ ଚକ୍ଷୁରୁ ସମସ୍ତ ଅଶ୍ରୁଜଳ ପୋଛିଦେବେ; ମୃତ୍ୟୁ ଆଉ ଘଟିବ ନାହିଁ; ଶୋକ କି କ୍ରନ୍ଦନ କି ବ୍ୟଥା ଆଉ ହେବ ନାହିଁ; କାରଣ ପୂର୍ବ ବିଷୟସବୁ ଲୋପ ପାଇଅଛି ।”
ପ୍ରକାଶିତ ବାକ୍ୟ ୨୧:୪
“ଲୋକମାନେ ଗୃହ ନିର୍ମାଣ କରି ତହିଁରେ ବାସ କରିବେ ଓ ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରି ତହିଁର ଫଳ ଭୋଗ କରିବେ । ସେମାନେ ନିର୍ମାଣ କଲେ, ଅନ୍ୟ ତହିଁରେ ବାସ କରିବ ନାହିଁ: ସେମାନେ ରୋପଣ କଲେ, ଅନ୍ୟ କେହି ଫଳ ଭୋଗ କରିବ ନାହିଁ; କାରଣ ଆମ୍ଭ ଲୋକମାନଙ୍କର ଆୟୁ ବୃକ୍ଷର ଆୟୁ ତୁଲ୍ୟ ହେବ ଓ ଆମ୍ଭ ମନୋନୀତ ଲୋକମାନେ ଦୀର୍ଘ କାଳଯାଏ ଆପଣାମାନଙ୍କ ହସ୍ତକୃତ କର୍ମର ଫଳ ଭୋଗ କରିବେ ।”
ଯିଶାଇୟ ୬୫:୨୧, ୨୨